Latest Odisha News

BREAKING NEWS

ଆସନ୍ତାକାଲି ଠାରୁ ଆରମ୍ଭ ହେବ ୭୫ ଦିନିଆ-‘କୋଭିଡ ଟିକାକରଣ

ନୂଆଦିଲ୍ଲୀ:  ଆସନ୍ତାକାଲି ଅର୍ଥାତ୍‌ ୧୫ ଜୁଲାଇ ୨୦୨୨ ଠାରୁ ୭୫ ଦିନିଆ – ‘କୋଭିଡ ଟିକାକରଣ ଅମୃତ ମହୋତ୍ସବ’ ଆରମ୍ଭ ହେବାକୁ ଯାଉଛି । ଏହି ଅଭିଯାନ ଅନ୍ତର୍ଗତ ସବୁ ସରକାରୀ ଟିକାକରଣ କେନ୍ଦ୍ରରେ ୧୮ ବର୍ଷରୁ ଅଧିକ ସବୁ ଯୋଗ୍ୟ ନାଗରିକମାନଙ୍କୁ କୋଭିଡ ବୁଷ୍ଟର ଡୋଜ୍‌ ଟିକା ଦିଆଯିବ । ଆଜାଦୀ କା ଅମୃତ ମହୋତ୍ସବ ସମାରୋହ ପାଳନର ଅଂଶବିଶେଷ ସ୍ୱରୂପ ଏହି ସ୍ୱତନ୍ତ୍ର କୋଭିଡ ଟିକାକରଣ ଅଭିଯାନକୁ ‘ମିଶନ୍‌ ମୋଡ’ରେ କାର୍ଯ୍ୟକାରୀ କରାଯିବ । ସବୁ ଯୋଗ୍ୟ ନାଗରିକମାନଙ୍କୁ କୋଭିଡ ଟିକାର ବୁଷ୍ଟର ଡୋଜ୍‌ ଟିକା ଯୋଗାଇ ଦେବାର ଲକ୍ଷ୍ୟ ନେଇ ଏହି ବିଶେଷ ଅଭିଯାନ କାର୍ଯ୍ୟକାରୀ ହେବାକୁ ଯାଉଛି ।

ଏଥିପାଇଁ ସବୁ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ସଚିବ ଏବଂ ଏନଏଚଏମ ଏମଡିମାନଙ୍କୁ ନେଇ ଏକ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ୱାସ୍ଥ୍ୟ ସଚିବ ଶ୍ରୀ ରାଜେଶ ଭୂଷଣ ଅଧ୍ୟକ୍ଷତା କରିଥିଲେ । ସବୁ ଯୋଗ୍ୟ ହିତାଧିକାରୀଙ୍କୁ ଟିକା ଦେବା ଏବଂ ସେମାନଙ୍କୁ ବୁଷ୍ଟର ଡୋଜ୍‌ ଟିକାକରଣ ଅଭିଯାନରେ ସାମିଲ କରିବା ଲାଗି ଏକ ବ୍ୟାପକ ଏବଂ ମହତ୍ବାକାଂକ୍ଷୀ ପୂର୍ଣ୍ଣ କୋଭିଡ ୧୯ ଟିକାକରଣ ଅଭିଯାନ କାର୍ଯ୍ୟକାରୀ କରିବା ନିମନ୍ତେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିବେଦନ କରାଯାଇଛି ।

୧୮ ବର୍ଷରୁ ଅଧିକ ବୟସର ନାଗରିକମାନଙ୍କୁ ସରକାରୀ ଟିକାକରଣ କେନ୍ଦ୍ରରେ ମାଗଣାରେ ବୁଷ୍ଟର ଡୋଜ୍‌ ଦେବା ଲାଗି ଭାରତ ସରକାର ଏକ ସ୍ୱତନ୍ତ୍ର ଅଭିଯାନ ‘କୋଭିଡ ଟିକାକରଣ ଅମୃତ ମହୋତ୍ସବ’ ଆରମ୍ଭ କରିଛନ୍ତି । ଏହି ଅଭିଯାନ ୧୫ ଜୁଲାଇ ଠାରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ୭୫ ଦିନ ଧରି ଜାରି ରହିବ । ୧୮ ବର୍ଷରୁ ଅଧିକ ସବୁ ବ୍ୟକ୍ତି ଯେଉଁମାନେ ଦ୍ବିତୀୟ ଡୋଜ୍‌ ଟିକା ନେବାର ୬ ମାସ (୨୬ ସପ୍ତାହ) ପୂରଣ କରିସାରିଛନ୍ତି ସେମାନେ ବୁଷ୍ଟର ଡୋଜ୍‌ ନେବା ଲାଗି ଯୋଗ୍ୟ ହୋଇପାରିବେ ।

୭୫ ଦିନିଆ ‘କୋଭିଡ ଟିକାକରଣ ଅମୃତ ମହୋତ୍ସବ’କୁ ଏକ ‘ଜନ ଅଭିଯାନ’ ଆକାରରେ କାର୍ଯ୍ୟକାରୀ କରିବା ନିମନ୍ତେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ନିବେଦନ କରାଯାଇଛି ।

Leave A Reply

Your email address will not be published.