Latest Odisha News

BREAKING NEWS

ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ଖସୁଛି କରୋନା ଗ୍ରାଫ । ହାରୁଛି କରୋନା ଜିତିଛୁ ଓଡ଼ିଶା । ଗତ ୨୪ ଘଂଟାରେ ରାଜ୍ୟରେ ୮ଶହ ତଳକୁ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛି । ୩୦ ଜିଲ୍ଲାରୁ ୭୫୩ଟି ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି ।

ପ୍ରାୟ ୩୦ ଜିଲ୍ଲାରୁ ଶହେ ତଳେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର । ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୫ଟି ପଜିଟିଭ କେସ୍ ଚିହ୍ନଟ ହୋଇଛି । ସେହିପରି ତା’ପଛକୁ ରହିଛି ଖୋର୍ଦ୍ଧା । ଜିଲ୍ଲରୁ ୭୪ଟି ନୂଆ ମାମଲା ସାମ୍ନାକୁ ୍ଆସିଛି ।

ସେହିପରି ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଝଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଝଣ, ନବରଙ୍ଗପୁର ଜିଲ୍ଲାରୁ ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୫ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୮୬୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୬୫୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.