କଟକ: ଆଜି ଦେଶ ପାଳୁଛି ୭୬ତମ କଟକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ କଟକ ବିଡ଼ାନାସୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହ ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । ଆଜିର ଏହି ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ଶପଥ ନେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ଆଜି ଉତ୍ସବ ପାଳନ କରିବାର ଦିନ ନୁହେଁ । ଆଜି ସମ୍ବିଧାନକୁ ସୁରକ୍ଷା ଦେବାର ଦିନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
୭୬ତମ କଟକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ। #RepublicDay https://t.co/Gr4n0kBlfA
— Mohan Charan Majhi (@MohanMOdisha) January 26, 2025
କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ବିଷୟରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମିଳିବ । ପ୍ରାୟ ୮୦ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଲାଣି । ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ପାଇଁ କହିଲେ ମୁଖ୍ୟମନ୍ତ୍ରୀ ।
Comments are closed.