ଭୁବନେଶ୍ୱର: ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ ।ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ ।
ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।
ଏହି ନାବରାତ୍ର ପୂଜାର ଆଜି ହେଉଛି ସପ୍ତମ ଦିନ । ଆଜି କାଳରାତ୍ରୀ ରୂପରେ ପୂଜା ପାଉଛନ୍ତି ଜଗତଜନିନୀ ମା’ ।
ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ କାଳରାତ୍ରୀ ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ । ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ଼୍ଗ ଧାରଣ କରିଥାନ୍ତି ।
ମାଆଙ୍କ ପୂଜା ବିଧି..
ନବରାତ୍ର ପୂଜା ନିମନ୍ତେ ପ୍ରଥମେ ପୂଜାବେଦୀରେ ଘଟ ସ୍ଥାପନ କରି ଦେବୀଙ୍କୁ ଆବାହନ କରାଯାଏ । ଧାନ କିମ୍ବା ଗହମ ଉପରେ ସ୍ଥାପନ କରାଯାଇଥିବା ଘଟରେ ଦେବୀ ଦୁର୍ଗାଙ୍କ ଛବି କିମ୍ବା ସ୍ୱସ୍ତିକ ଚିହ୍ନ ଅଙ୍କନ କରାଯାଏ । ନଅ ଦିନ ପର୍ଯ୍ୟନ୍ତ ପୂଜା ହୋଇ ଶେଷ ଦିନ ଘଟକୁ ବିସର୍ଜନ କରାଯାଏ । ଅଷ୍ଟମୀ ବା ନବମୀ ଦିନ ଦଶ ବର୍ଷ ବୟସରୁ କମ୍ ବୟସର ୯ଜଣ କୁମାରୀଙ୍କୁ ଦୁର୍ଗାଙ୍କ ନଅଗୋଟି ମୂର୍ତ୍ତି, ଯଥା: କୁମାରୀ (କୁମାରିକା), ତ୍ରିମୂର୍ତ୍ତିନୀ (ତ୍ରିମୂର୍ତ୍ତି), କଲ୍ୟାଣୀ (କଳହାଣି), ରୋହିଣୀ, କାଳୀ, ଚଣ୍ଡିକା, ଶଂଭବୀ (ଶାମ୍ଭବୀ), ଦୁର୍ଗା ଓ ସୁଭଦ୍ରା ରୂପେ କଳ୍ପନା କରି ଭୋଜନ ଦିଆଯାଏ।
Comments are closed.