Latest Odisha News

ବାଲେଶ୍ବରରେ ବସକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍, ୮ ମୃତ

ବାଲେଶ୍ବର : ବାଲେଶ୍ବର ଜିଲ୍ଲାରେ ଘଟିଛି ଏକ ବଡ଼ ଧରଣର ଦୁର୍ଘଟଣା । ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ବିଦୁ ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଘରୋଇ ବସ । ମର୍ମନ୍ତୁଦ ବସ ଦୁର୍ଘଟଣାରେ ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ସେହିପରି ୨୦ରୁ ଅଧିକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି ।

ସୂଚନା ଅନୁସାରେ, ଉଦଳାରୁ ଭୁବନେଶ୍ବର ଯାଉଥିବା ଶାନ୍ତିଲତା ବସକୁ ପଛ ପଟୁ ଏକ କୋଇଲା ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୀଷଣ ଥିଲା ଯେ ଉଭୟ ବସ ଓ ଟ୍ରକ ରାସ୍ତା ତଳକୁ ଖସି ଓଲଟି ପଡିଥିଲେ । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ବିଦୁ ଛକରେ ଶାନ୍ତିଲତା ବସ ଛିଡା ହୋଇଥିବା ବେଳେ, କୋଇଲା ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରିଥିଲା । ସମସ୍ତ ଆହତଙ୍କୁ ନିକଟସ୍ଥ ହସପିଟାଲ ଓ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 

Comments are closed, but trackbacks and pingbacks are open.