ସୁବର୍ଣ୍ଣପୁର:ମରଣଯନ୍ତା ରାସ୍ତା ମରାମତି ଦାବିରେ ବନ୍ଦ ପାଳନ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ମୁଖ୍ୟ ରାସ୍ତା ମରାମତି ଦାବିରେ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଆଜି ବନ୍ଦ ପାଳନ କରାଯାଉଛି। ଆଜି ବିନିକାକୁ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିନିକା ସଚେତନ ନାଗରିକ ମଞ୍ଚ ।
ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ପାପକ୍ଷୟ ଛକରୁ ଡଭଲା ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି । ବାରମ୍ବାର ଅଭିଯୋଗ ପରେ ବି ମରାମତି ହେଉନଥିବା ଅଭିଯୋଗ ହେଉଛି। ଏହାର ପ୍ରତିବାଦରେ ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ।
ତେବେ ଏଇ ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ଛାଡି ଦେଲେ ସହରର ସମସ୍ତ ଦୋକାନ ବଜାର,ସ୍କୁଲ, କଲେଜ,ବ୍ୟାଙ୍କ, ସରକାରୀ ବେସରକାରୀ ଅନୁଷ୍ଠାନ,ଗାଡ଼ି ଚଳାଚଳ ଆଦି ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଛି ।
ଅଭିଯୋଗ ଅନୁସାରେ ବର୍ଷବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ମୁଖ୍ୟରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ଏହି ରାସ୍ତା ପ୍ରାୟ ପ୍ରତିଦିନ ଦୁର୍ଘଟଣା ଘଟିବା ସହ ଲୋକଙ୍କ ଜୀବନ ଯାଉଛି। ଖାଲଢିପ ଏବଂ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ବହୁ ସମସ୍ୟା ଭୋଗୁଛନ୍ତି ।
Comments are closed.