Latest Odisha News

BREAKING NEWS

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୮ ମୃତ, ଅନେକ ଗୁରୁତର

ଚେନ୍ନାଇ: ତାମିଲନାଡୁର ଶିବକାସୀ ଅଞ୍ଚଳରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ । ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକଙ୍କ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା ରହିଛି ।

ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟ ଜାରି ରଖିଥିବାବେଳେ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ, କାରଖାନାରେ ବାଣ ଭିଡା ଚାଲିଥିବାବେଳେ ହଠାତ୍ ପ୍ରଚଣ୍ଡ ଶବ୍ଦ କରି ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଯେଉଁଥିରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ବିସ୍ଫୋରଣରେ ଅନେକ ଗୁରୁତର ହୋଇଛନ୍ତି । ତେବେ ବିସ୍ଫୋରଣର କାରଣ ସଂପର୍କରେ ଏପର୍ଯ୍ୟନ୍ତ ଜଣାପଡିନଥିବାବେଳେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.