Latest Odisha News

୧୭ରେ ଆସୁଛନ୍ତି ମୋଦି: ଜଗିବେ ୮୧ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ୧୭ ତାରିଖ ଅର୍ଥାତ ମଙ୍ଗଳବାର ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତାଙ୍କର ଜନ୍ମ ଦିବସ ଅବସରରେ ରାଜ୍ୟରେ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ସୁଭଦ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । 

ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ । ଏହି ଫୋର୍ସରେ ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ । ଭୁବନେଶ୍ବର ବିମାନବନ୍ଦରଠୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ କରାଯିବ । ବ୍ୟାପକ ମହିଳା ପୋଲିସଙ୍କ ସହ ସାଧା ପୋଷାକରେ ବୁଲିବେ ପୋଲିସ କର୍ମଚାରୀ । ଏଥିସହିତ ଓଡ୍ରାଫ, ୬ କମ୍ପାନୀ ସିଆରପିଏଫ୍‌ ମଧ୍ୟ ମୁତୟନ ରହିବେ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା ।

Comments are closed.