Latest Odisha News

BREAKING NEWS

ଦିନନାଥ ପାଠୀଙ୍କ ୮୧ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବିଭୂତି କାନୁନଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ଆନୁକୂଲ୍ୟରେ ବିଶିଷ୍ଟ ଚିତ୍ରଶିଳ୍ପୀ କେନ୍ଦ୍ର ଲଳିତ କଳା ଏକାଡେମୀର ପୂର୍ବତନ ସଭାପତି ତଥା ବିଭୂତି କାନୁନ୍‌ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଦିନନାଥ ପାଠୀଙ୍କ ୮୧ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ପରିସରସ୍ଥ ସ୍ୱର୍ଗତ ପାଠୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଦୀପଦାନ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହା ସହ ଏହି ଅବସରରେ ବିଧାୟକ ପ୍ରଫୁଲ୍ଲ ସାମଲ,ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ଜୟନ୍ତ କୁମାର ଦାସ, ରାମହରି ଜେନା, ସୁବ୍ରତ ମଲ୍ଲିକ ପ୍ରମୁଖଙ୍କୁ ‘ଡ. ଦିନନାଥ ପାଠୀ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ ସାମଲ, ଅଧ୍ୟାପକ ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ପୂର୍ବତନ ଅଧ୍ୟକ୍ଷ ଜୟନ୍ତ କୁମାର ଦାସ, ରାମହରି ଜେନା, ପ୍ରବୀର ମହାନ୍ତି, ରାଜକୁମାର ସୁବୁଦ୍ଧି, ଖଲ୍ଲିକୋଟ ଚାରୁକଳା ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବ୍ରତ ମଲ୍ଲିକ, ମୀନକେତନ ପାଢ଼ୀ, ଗିରିଜା ଶଙ୍କର ମହାପାତ୍ର, ପ୍ରଦୀପ କୁମାର ପାତ୍ର ପ୍ରମୁଖ ଯୋଗଦେଇଥିବାବେଳେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏ ଆଭାସୀ ମାଧ୍ୟମରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ୱର୍ଗତ ପାଠୀଙ୍କ ସ୍ମୃତିଚାରଣ କରିଥିଲେ ।

ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଗଜେନ୍ଦ୍ର କୁମାର ପାଢ଼ୀ ସ୍ୱାଗତ ଭାଷଣ ଦେଇଥିଲେ ଓ ଚୌଧୁରୀ ଆଶିଷ ଶରଣ ଅତିଥି ପରିଚୟ ପ୍ରଦାନ କରିଥିଲେ । ପରିଶେଷରେ ଚନ୍ଦ୍ରଶେଖର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.