Latest Odisha News

BREAKING NEWS

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୮୮ ନୂଆ ଆକ୍ରାନ୍ତ, ୨୩୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୭୧ଟି ସ୍ଥାନୀୟ ମାମଲା ରହିଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୮,୭୮୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୯୯୬ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୬,୬୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.