ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୩୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର ମିଟର ।
ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୮୯,୭୦୬ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୪୩,୭୦,୧୨୯ ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦେଶରେ ୧୧୧୫ ଜଣଙ୍କର ମୃତ୍ୟୁ ରେକର୍ଡ ହୋଇଛି । ଏହାକୁ ମିଶାଇ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୭୩,୮୯୦ ରେ ପହଞ୍ଚିଛି।
ବର୍ତ୍ତମାନ ସୁଦ୍ଧା ଦେଶରେ ୮,୯୭,୩୯୪ ଟି ସକ୍ରିୟ ମାମଲା ରହିଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ୩୩,୯୮,୮୪୫ ଛୁଇଁଛି ।
ଦେଶରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବିହାର, ଓଡିଶା ଉତ୍ତରପ୍ରଦେଶ ଆଦି ରାଜ୍ୟରେ ସଂକ୍ରମଣ ବଢୁଛି । ସେହିପରି ଟେଷ୍ଟିଂ କ୍ଷମତା ବି ବୃଦ୍ଧି କରାଯାଇଛି ।
Comments are closed.