Latest Odisha News

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୨ ମୃତ

ଜୟପୁର: ସକାଳୁ ସକାଳୁ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଟୋକୁ ପିଟିଦେଲା ବସ୍‌ । ଚାଲିଗଲା ୧୨ ଜଣଙ୍କ ଜୀବନ । ରାଜସ୍ଥାନର ଧୌଲପୁରରେ ଘଟିଛି ଏହି ଦୁର୍ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ବରୌଲି ଗାଁରେ ଏକ କାର୍ଯ୍ୟକ୍ରମରେ ସାମିଲ ହୋଇ ଏକ ଅଟୋରେ ଘରକୁ ଫେରୁଥିବା ବେଳେ କରୌଲି-ଧୌଲପୁର ଜାତୀୟ ରାଜପଥର ଏନ୍‌ଏଚ୍‌-୧୧(ବି) ସ୍ଥିତ ସୁନିପୁର ଗାଁ ନିକଟରେ ଏକ ବସ୍‌ ଦ୍ରୁତ ଗତିରେ ଆସି ଅଟୋକୁ ପଛରୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ମଧ୍ୟରେ ୯ ଜଣ ଛୋଟ ପିଲା, ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଥିବା ନେଇ ସୂଚନା ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

Comments are closed.