Latest Odisha News

BREAKING NEWS

ବିଜେଡ଼ିରେ ଯୋଗଦେଲେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷାଙ୍କ ସମେତ ୯ କାଉନସିଲର

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ ଏବଂ ୯ କାଉନସିଲରଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ ଦେଲେ ଯୋଗ। ଆଜି ଶଙ୍ଖଭବନଠାରେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଓ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଓ ଜଗତସିଂହପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଅରୁଣ ସାହୁ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ମାନସ ମଙ୍ଗରାଜ, ଅରୁଣ ସାହୁ ଓ ସମ୍ବିତ ରାଉତରାୟ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ମୋନିଦୀପା ସର୍ଖେଲ, ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା, ୯ କାଉନସିଲର ଓ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ପାରାଦୀପ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ମାନସ ମଙ୍ଗରାଜ, ଅରୁଣ ସାହୁ ଓ ସମ୍ବିତ ରାଉତରାୟ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ମୋନିଦୀପା ସର୍ଖେଲ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ଦଳରେ ମୋତେ ଓ ଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ପାରାଦୀପ ମ୍ୟୁନିସିପାଲିଟି ଅଧ୍ୟକ୍ଷ ବସନ୍ତ ବିଶ୍ୱାଳ, ପାରାଦୀପ ସହପର୍ଯ୍ୟବେକ୍ଷକ ସନ୍ତୋଷ ବେଜ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.