Latest Odisha News

୧୦ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୫୬ରେ ପହଞ୍ଚିଛି।

BjdElectrycity

ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି।

ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ୍ ମାମଲା ରହିଛି। ଗୋଟିଏ ଦିନରେ ସୁସ୍ଥ ହୋଇଛନ୍ତି ୧୮।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ଟିଭ କେସ୍ ୨୧୮ ରହିଥିବା ବେଳେ ୩୧ ହଜାର ୧୭୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ମୃତ୍ୟୁ ମାମଲା ୨୪୨ରେ ପହଞ୍ଚିଛି।

Leave A Reply

Your email address will not be published.