Latest Odisha News

୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର, ଟିଟିଲାଗଡ଼ ସବୁଠୁ ତତଲା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଆସୁଛି କାଳବୈଶାଖୀ ବର୍ଷା । ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଲାଗି ରହିଥିବା ବେଳେ ଆସନ୍ତା ୮ ତାରିଖରୁ ୧୧ ଯାଏ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ରାଜ୍ୟର ୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ତତଲାଗଡ଼ କୁହାଯାଉଥିବା ଟିଟିଲାଗଡ଼ରେ ପାରଦ ୪୨.୫ ଡିଗ୍ରୀ ରେକର୍ଡ କରାଯାଇଛି ।

ରାଜ୍ୟର ଅନ୍ୟ ଉତ୍ତପ୍ତ ସହର ମଧ୍ୟରେ ରାୟଗଡ଼ାରେ ପାରଦ ୪୦.୨ ଡିଗ୍ରୀ, ବୌଦ୍ଧରେ ୪୧ ଡିଗ୍ରୀ, ସୋନପୁରରେ ୪୧ ଡିଗ୍ରୀ, ମାଲକାନଗିରିରେ ୪୧ ଡିଗ୍ରୀ, ବଲାଙ୍ଗିରରେ ୪୧.୫ ଡିଗ୍ରୀ, ଭବାନୀପାଟଣାରେ ୪୦.୮ ଡିଗ୍ରୀ, ସମ୍ବଲପୁରରେ ୪୦.୧ ଡିଗ୍ରୀ, ଝାରସୁଗୁଡ଼ାରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ତାପମାତ୍ରା ୩୬.୬ ଡିଗ୍ରୀ ଓ କଟକରେ ପାରଦ ୩୫.୬ ଡିଗ୍ରୀ ରହିଛି ।

ଅନ୍ୟପଟେ ୮ ତାରିଖରୁ ୧୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୮ ତାରିଖ ଲାଗି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, କନ୍ଧମାଳ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Comments are closed.