Latest Odisha News

ରାଜ୍ୟ ବଜେଟରେ ଓଡ଼ିଶାରେ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ ପାଇଁ ୯୦ କୋଟି ଟଙ୍କା ବ୍ୟୟ ବରାଦ

ଭୁବନେଶ୍ବର: ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ୨୦୨୧-୨୨ ବଜେଟରେ ସ୍ବାସ୍ଥ୍ୟ ସହ କ୍ରୀଡ଼ା କ୍ଷେତ୍ରକୁ ମଧ୍ୟ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ଓଡ଼ିଶାରେ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ୯୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ଭୁବନେଶ୍ବର ଓ ରାଉରକେଲାରେ ୨୦୨୩ରେ ହକି ବିଶ୍ବକପର ୧୫ତମ ସଂସ୍କରଣ ଆୟୋଜନ ହେବ । ଏ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ହକିକୁ ପ୍ରୋତ୍ସାହତି କରିବା ପାଇଁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ସେହିପରି ୨୦୨୩ ହକି ବିଶ୍ବକପ୍ ଲାଗି ପ୍ରାକ୍-ପ୍ରସ୍ତୁତିର ଅଂଶ ସ୍ଵରୂପ, ରାଉରକେଲାରେ ୧୫ ଏକର ପରିମିତ ଭୂମି ଉପରେ ଏକ ନୂତନ ବିଶ୍ଵସ୍ତରୀୟ ହକି ଷ୍ଟାଡ଼ିୟମ ନିର୍ମାଣ କରାଯିବ । ୨୦ ହଜାର ଦର୍ଶକ ବସି ପାରିବାର କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମ ଭାରତର ସବର୍ବୃହତ ହକି ଷ୍ଟାଡ଼ିୟମରେ ପରିଣତ ହେବ । ଏଥିପାଇଁ ବଜେଟରେ ୯୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.