Latest Odisha News

BREAKING NEWS

୯୦ଟି ପ୍ରାଥମିକ ବିଦ୍ୟାଳୟରେ ନାହିଁ ଶ୍ରେଣୀ ଗୃହ: ମନ୍ତ୍ରୀ

ଭୁବନେଶ୍ୱର: ପଦାରେ ପଡିଲା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ନଗ୍ନ ଚିତ୍ର । ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ । ବାହାରେ ବସି ପିଲା ପାଠ ପଢ଼ୁଛନ୍ତି । ଏନେଇ ଆଜି ବିଧାନସଭାରେ ବିଧାୟକ ମୋହନ ମାଝୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ।ମୋହନ ମାଝୀ ଆଜି ଗୃହରେ ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ କରିଥିଲେ । ଓଡ଼ିଶାରେ କେତେ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ, କେତେ ସଂଖ୍ୟକ ବିଦ୍ୟାଳୟ ନିଜସ୍ୱ ଗୃହ ନାହିଁ । କେତେ ବିଦ୍ୟାଳୟ ପାଇଁ ସର୍ବନିମ୍ନ ସଂଖ୍ୟକ ପିଲା ନାହାନ୍ତି ବୋଲି ସେ ପଚାରିଥିଲେ ।
ଏହାର ଉତ୍ତର ରେ ସମୀର ରଂଜନ ଦାଶ କହିଥିଲେ, ୧୧୫ଟି ବିଦ୍ୟାଳୟର ନିଜସ୍ୱ ଗୃହ ନାହିଁ । ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ । ବାହାରେ ବସି ପାଠ ପଢ଼ୁଛନ୍ତି ପିଲା । ୩୧୫ଟି ବିଦ୍ୟାଳୟରେ ସର୍ବନିମ୍ନ ସଂଖ୍ୟକ ୧୦ରୁ କମ୍ ପିଲା ପାଠ ପଢ଼ୁଛନ୍ତି । ପ୍ରାୟ ୧୦୪୮ଟି ହାଇସ୍କୁଲରେ କମ୍ପ୍ୟୁଟର ନାହିଁ । ୨୮ଟି କମ୍ପ୍ୟୁଟର ଥିବା ହାଇସ୍କୁଲରେ ବିଦ୍ୟୁତ ସଂଯୋଗ ହୋଇଥିବା ବେଳେ ତାହା କାର୍ଯ୍ୟକାରୀ ହେଉନାହିଁ । ୨୬୧ଟି ବିଦ୍ୟାଳୟରେ ପାଠାଗାର ନାହିଁ ଓ ୪୭୦ଟି ବିଦ୍ୟାଳୟରେ ଜଣେ ଲେଖାଏଁ ଶିକ୍ଷକ କାମ କରୁଛନ୍ତି ବୋଲି ମନ୍ତ୍ରୀ କହିଥିଲେ ।

Leave A Reply

Your email address will not be published.