Latest Odisha News

BREAKING NEWS

ଭୁବନେଶ୍ୱରରୁ ଗତ ୨୪ ଘଣ୍ଟାରେ ୯୧ ଜଣ କୋଭିଡ ପଜିଟିଭ; ୨୨୮ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୮ ଜଣ କ୍ୱାରେଣ୍ଟାଇନ୍ ଏବଂ ୬୩ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।

ସେହିପରି ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୮,୬୯୪ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୧୪୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୬,୩୭୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫୪ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.