Latest Odisha News

ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ l ଇ-କେୱାଇସି ପାଇଁ ଏବେ ଟିକେ ସମୟ ଲାଗୁଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ l

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆ ସରିଛି l ୧ କୋଟି ମହିଳାଙ୍କ ପାଖରେ ପହଞ୍ଚିବାକୁ ୪ ସ୍ଲାବ ରହିଛି l ସେହି ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ l ମାର୍ଚ୍ଚ ୮ ପୂର୍ବରୁ ପ୍ରଥମ କିସ୍ତି ସମସ୍ତ ହିତାଧିକାରୀଙ୍କୁ ଦିଆଯିବ l କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ l ଆଗ ପଛ ହୋଇ ମହିଳାମାନେ ପ୍ରଥମ କିସ୍ତି ପାଇବେ l କିନ୍ତୁ ସମସ୍ତେ ନିଶ୍ଚିତ ପାଇବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା l

ସୂଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୧୭ ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ କରାଯାଇଛି l ଓଡ଼ିଶା ସରକାରଙ୍କ ଏହି ସୁଭଦ୍ରା ଯୋଜନାରେ ଯୋଗ୍ୟ ବିବେଚିତ ହୋଇଥିବା ମହିଳା ମାନଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହି ଯୋଜନା ଓଡ଼ିଶା ସରକାରଙ୍କ ମହିଳା ସଶକ୍ତିକରଣ ଦିଗରେ ଏକ ଅଭିନବ ପ୍ରୟାସ।

Leave A Reply

Your email address will not be published.