Latest Odisha News

BREAKING NEWS

ଓଡିଶାରେ ୧.୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୯୧୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ।

ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୦ ହଜାର ୮୦୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୩୪୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୫୬୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୬ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପାଖାପାଖି ୩୨୧୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩୪୮୪୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୧୫୨୭୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.