ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୧୯୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ହଜାର ୦୦୫ରେ ପହଞ୍ଚିଛି।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୪୭୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୨୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩୫ ହଜାର ୬୭୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧,୧୮,୬୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.