Latest Odisha News

BREAKING NEWS

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ତାଙ୍କ ପତ୍ନୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏସମ୍ପର୍କରେ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ”ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗିତା ଦାଶଙ୍କର କରୋନା’ ପଜିଟିଭ ବାହାରିଛି ଆମେ ଏବେ ସୁସ୍ଥ ଅଛୁ” ବୋଲି ଉଲ୍ଲେଖ କରିଛନ୍ତି ।

ତେବେ ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ପ୍ରମୁଖ କରୋନା ସଂକ୍ରମିତ ହୋଇଛନ୍ତି ।

Leave A Reply

Your email address will not be published.