Latest Odisha News

ଭାଙ୍ଗିଲା ରେକର୍ଡ: ରାଜ୍ୟରୁ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୪୨୭୦ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦ ଲକ୍ଷ ଟପିଛି ।

ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୦ରେ ପହଞ୍ଚିଛି ।

 ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ୨୪୭୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୯୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୩୦ ଜିଲ୍ଲାରୁ ଏହି ସମସ୍ତ ଆକ୍ରାନ୍ତ ବାହାରିଥିବା ବେଳେ ପାଖାପାଖି ୩୭୧୪ ଜଣ ସୁସ୍ଥ ହୋଇଛନ୍ତି ।

ଓଡିଶାରେ ମୋଟ୍ ୩୬୪୭୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୨୫୭୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.