ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡିଶାର ନୂଆପଡା, ବରଗଡ, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ା ଭଳି ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଏହି ଜିଲ୍ଲାଗୁଡ଼ିକରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହା ବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ।
ସେହିପରି ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ୨୪ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରି ଅଧିକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଯାହା ପ୍ରଭାବରେ ବର୍ଷା ଆଶଙ୍କା ରହିଛି।
ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହା ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।
Comments are closed.