Latest Odisha News

BREAKING NEWS

ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି ।

ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି ଯେ, ଓଡିଶୀ ସଙ୍ଗୀତ ପରମ୍ପରା ପ୍ରାୟ ଦୁଇ ହଜାର ବର୍ଷ ପୁରୁଣା । ଏହା କର୍ଣ୍ଣାଟକୀ ଓ ହିନ୍ଦୁସ୍ତାନୀ ସଙ୍ଗୀତଠାରୁ ସମ୍ପୂର୍ଣ୍ଣ ଭିନ୍ନ । ଶାସ୍ତ୍ରୀୟ ମାନ୍ୟତା ପାଇବାକୁ ଏହା ହକଦାର । ଗୁରୁ କେଳୁଚରଣ ଓଡିଶୀ ଗବେଷଣା କେନ୍ଦ୍ର, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଭଳି ପ୍ରତିଷ୍ଠାନ ମଧ୍ୟ ରହିଛି । ଏଥି ସହ ଓଡିଶୀର ଜାତୀୟ ତତା ଅନ୍ତର୍ଜାତୀୟ ସ୍ତରରେ ବେଶ୍ ଖ୍ୟାତି ରହିଥିବାରୁ ଏହାକୁ ଶାସ୍ତ୍ରୀୟ ମାନ୍ୟତା ଦେବା ଦିଗରେ ବିଚାର କରିବା ଲାଗି ନବୀନ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.