Latest Odisha News

BREAKING NEWS

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଜରପଡା ରେଲୱେ ଓଭର ବ୍ରିଜ ଉପରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି।

ପ୍ରାପ୍ତ ସୂଚନାନୁଯାୟୀ, ଛେଣ୍ଡିପଦାରୁ ଜରପଡା ଯାଇଥିବା ରାସ୍ତାରେ ଜରପଡା ଆଡୁ ଛେଣ୍ଡିପଦା ଆଡକୁ ଯାଉଥିବା ଏକ ଟ୍ରକ ମୋଟର ସାଇକେଲକୁ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି।

ମୃତକ ଦୁଇ ଜଣଙ୍କର ସଠିକ ପରିଚୟ ଜଣା ପଡି ନାହିଁ।

ତେବେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ତଦନ୍ତ କରୁଛି। ଅପରପକ୍ଷରେ ଦୁର୍ଘଟଣା ପରେ ଟ୍ରକର ଡ୍ରାଇଭର ଫେରାର ହୋଇ ଯାଇଥିବା ନେଇ ସୁତ୍ରରୁ ପ୍ରକାଶ।

Leave A Reply

Your email address will not be published.