Latest Odisha News

BREAKING NEWS

ମହାରଥୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ପିପିଲି ବିଧାୟକ ପ୍ରଦୀପ ମହାରଥୀ ଆଉ ନାହାନ୍ତି। ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଯାଇଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୫ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ତାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକପ୍ରାକଶ କରିଛନ୍ତି । ସେ ଟ୍ୱିଇଟ କରି ଲେଖିଛନ୍ତି, ତାଙ୍କ ବିୟୋଗ ଖବର ଶୁଣି ମୁଁ ବେଶ୍ ଦୁଃଖିତ । ମହାରଥୀ ଜଣେ ଖୁସ୍ ମିଜାଜ ଲୋକ । କୌଣସି ବି ପ୍ରସଙ୍ଗରେ ରୋକଠୋକ ଭାବେ ନିଜର ମତ ରଖିବା ସହ ନିଜର ସ୍ୱତନ୍ତ୍ର ଉପସ୍ଥାପନା ଶୈଳି ପାଇଁ ଏକ ବିରଳ ପରିଚୟ ସୃଷ୍ଟି କରିଥିଲେ ।

ସବୁ ବେଳେ ଲୋକଙ୍କ ସହ ରହିବା ଓ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଦିନରାତି ଲାଗି ରହିବା ଥିଲା ମହାରଥୀଙ୍କ ପସନ୍ଦ । ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ଓ ସାମାଜିକ ଜୀବନରେ ଏକ ଅପୂରଣୀୟ କ୍ଷତି ହୋଇଛି । ଏଥିସହ ସେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ।

ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ମହାରାଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି ଯେ, ରାଜ୍ୟ ରାଜନୀତିର ଚର୍ଚ୍ଚିତ ଚେହେରା ତଥା ପିପିଲି ବିଧାନସଭା କ୍ଷେତ୍ରର ଲୋକପ୍ରିୟ ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ଖବର ପାଇ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଏଥିସହ ତାଙ୍କ ଅମର ଆତ୍ମାର ସେ ସଦ୍‌ଗତି କାମନା କରିଛନ୍ତି ।

Leave A Reply

Your email address will not be published.