Latest Odisha News

BREAKING NEWS

ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣା; ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବ IOCL

ଭୁବନେଶ୍ୱର: ରାଜଧାନୀ ସ୍ଥିତ ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବୁଧବାର ଦିନ ଘଟିଥିବା ଅଗ୍ନିକାଣ୍ଡରେ ପ୍ରାଣ ଗରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛି ଭାରତୀୟ ତୈଳ ନିଗମ ଲିମିଟେଡ୍ (ଆଇଓସିଏଲ୍)। ଏହି ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତ ହୋଇଥିବା ଲୋକଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛି ଆଇଓସିଏଲ।

ଏହାସହ ସାଧାରଣ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛି ଆଇଓସିଏଏଲ।

ସୂଚନାଯୋଗ୍ୟ, ରାଜଧାନୀର ରାଜ ଭବନ ନିକଟରେ ଥିବା ପେଟ୍ରୋଲ ପମ୍ପରେ ବୁଧବାର ଦିନ ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ଜଣେ ବ୍ୟକ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.