Latest Odisha News

ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ୍, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ (ଡିପ୍ ଡିପ୍ରେସନ) ପରିଣତ ହୋଇଛି । ଆଜି ସକାଳୁ ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିଛି । ଗତ ୬ ଘଣ୍ଟା ହେବ ଡିପ୍ ଡିପ୍ରେସନ୍ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚମି ଦିଗରେ ଗତି କରୁଛି । ବର୍ତ୍ତମାନ ବିଶାଖାପାଟଣାରୁ ୧୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମ ଓ କାକିନାଡାରୁ ୨୫ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି ।

ଏହାର ପ୍ରଭାବରେ ଓଡ଼ିଶାରେ ଆରମ୍ଭ ହୋଇଛି ବର୍ଷା । ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ସକାଳଉ ବର୍ଷା ଆରମ୍ଭ ହୋଇଛି । ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

କୋରାପୁଟ, ରାୟଗଡ଼ା, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି ଜିଲ୍ଲାରେ ବର୍ଷା ଲାଗି ରହିଛି । ପାହାଡ଼ିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

ସେହିପରି ନବରଙ୍ଗପୁର, କନ୍ଧମାଳ, ପୁରୀ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶା ଉପକୂଳେ ୪୫-୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଆସନ୍ତାକାଲି ଯାଏ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି ।

Leave A Reply

Your email address will not be published.