Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କୋରାପୁଟ, ରାୟଗଡା, ଢେଙ୍କାନାଳ, କେନ୍ଦ୍ରାପଡା, ବାଲେଶ୍ଵର, କେନ୍ଦୁଝର, ପୁରୀ, କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ,ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଦିନ ସନ୍ଧ୍ୟା ୬ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.