Latest Odisha News

BREAKING NEWS

ଓଡିଶାରୁ ୨୧୯୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ ହଜାର ୩୪୫ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୨୭୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୯୨୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପାଖାପାଖି ୨୮୫୦ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୩,୭୮୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨ ଲକ୍ଷ ୪୧ ହଜାର ୩୮୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.