Latest Odisha News

BREAKING NEWS

ଭୁବନେଶ୍ୱରରେ ୨୭ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୩୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୭ ହଜାର ୨୨୮ କରୋନା ପଜିଟିଭ ମାମଲା ରହିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୫୧ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୮୨ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୯୨୭ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୪ ହଜାର ୧୪୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୩୭ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.