ଭୁବନେଶ୍ୱର: ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି ।
ଦୁର୍ଗାଙ୍କର ୧୦୮ଟି ନାମ ରହିଛି ।ସେଗୁଡିକ ହେଲା: ସତୀ,ସାଧ୍ଵୀ, ଭବପ୍ରିତା, ଭବାନୀ, ଭବମୋଚନୀ, ଆର୍ଯ୍ୟା, ଦୁର୍ଗେ, ଜୟା, ଆଧ୍ୟା, ଅଭୟା, ମାୟା, ତ୍ରିନେତ୍ରା, ଶୂଳଧାରିଣୀ, ପିନାକଧାରିଣୀ, ଚିତ୍ରା, ଚନ୍ଦ୍ରଘଣ୍ଟା, ମହାତପା, ବୁଦ୍ଧି, ଅହଙ୍କାରା, ଚିତ୍ତରୁପା, ଚିତା, ସର୍ବମନ୍ତ୍ରମୟୀ, ସତ୍ତା, ସତ୍ୟାନନ୍ଦସ୍ଵରୁପିଣୀ, ଅନନ୍ତା, ଭାବିନୀ, ଭବ୍ୟା, ଅଭୟା, ସଦାଗତୀ, ସାମ୍ଭାବୀ, ଦେବମାତା, ଚିନ୍ତା, ରତ୍ନପ୍ରିୟା, ସର୍ବବିଦ୍ୟା, ଦକ୍ଷକନ୍ୟା, ଦକ୍ଷଯଜ୍ଞବିନାସିନୀ, ଅପର୍ଣ୍ଣା, ଅନେକବର୍ଣ୍ଣା, ପାଟଳା, ପାଟଳାବତୀ, ପଟାମ୍ବରପରିଧାନା, କଲମଞ୍ଜରୀରଞ୍ଜିନୀ, ଅମୟା, ବିକ୍ରମା, କ୍ରୂରା, ସୁନ୍ଦରୀ, ସୁରସୁନ୍ଦରୀ, ବନଦୁର୍ଗା, ମାତଙ୍ଗୀ, ମାତଙ୍ଗମୁନିପୂଜିତା, ବ୍ରାହ୍ମୀ, ମାହେଶ୍ଵରୀ, ଐନ୍ଦ୍ରୀ, କୌମାରୀ, ବୈଷ୍ଣବୀ, ଚାମୁଣ୍ଡା, ବାରାହୀ, ଲକ୍ଷ୍ମୀ, ପୁରୁଷାକୃତି, ବିମଳା, ଉତ୍କର୍ଷିଣୀ, ଜ୍ଞାନା, କ୍ରିୟା, ନିତ୍ୟା, ବୁଦ୍ଧିଦା, ବହୁଳା, ବହୁଳାପ୍ରେମା, ସର୍ବବାହନବାହାନା, ନିଶୁମ୍ଭଶୁମ୍ଭହନନୀ, ମହିଷାସୁର ମର୍ଦ୍ଦିନୀ, ମଧୁକୈଟଭହନ୍ତ୍ରୀ, ଚଣ୍ଡମୁଣ୍ଡବିନାଶିନୀ, ସର୍ବସୁର ବିନାଶା, ସର୍ବଦାନବଘାତିନୀ, ସର୍ବଶାସ୍ତ୍ରମୟୀ, ସତ୍ୟା, ସର୍ବଶସ୍ତ୍ରଧାରିଣୀ, ଅନେକ ଶସ୍ତ୍ରହସ୍ତା, ଅନେକାସ୍ତ୍ରଧାରିଣୀ, କୁମାରୀ, ଏକକନ୍ୟା, କୈଶୋରୀ, ଯୁବତୀ, ଯତିଃ, ଅପ୍ରୌଢା, ପ୍ରୌଢା, ବୃଦ୍ଧମାତା, ବଳପ୍ରଦା, ମହୋଦରୀ, ମୁକ୍ତକେଶୀ, ଘୋରରୂପା, ମହାବଳା, ଅଗ୍ନିଜ୍ଵାଳା, ରୌଦ୍ରମୁଖୀ, କାଳରାତ୍ରିଃ, ତପସ୍ଵିନୀ, ନାରାୟଣୀ, ଭଦ୍ରକାଳୀ, ବିଷ୍ଣୁମାୟା, ଜଳୋଦରୀ, ଶିବଦୂତୀ, କରାଳୀ, ପରମେଶ୍ଵରୀ, କାତ୍ୟାୟନୀ, ସାବିତ୍ରୀ, ପ୍ରତ୍ୟକ୍ଷା ଓ ବ୍ରହ୍ମାବାଦିନୀ ।
ଏତେ ନାମ ସତ୍ତ୍ୱେ ଦେବୀ ଦୁର୍ଗା ନାମରେ ବିଶ୍ୱ ବନ୍ଦିତା । କ’ଣ ରହିଛି ଏହି ନାମ ପଛର ବିଶେଷତ୍ୱ। ଆସନ୍ତୁ ଜାଣିବା…
ଦୁର୍ଗା ଶବ୍ଦର ବିବିଧ ବିଶ୍ଳେଷଣ କରାଗଲେ ହେବ ଦ+ଉ+ର+ଗ+ଆ । ‘ଦ’ ର ଅର୍ଥ ଦୈତ୍ୟ ବିନାଶ ପାଇଁଯିଏ ଉଦ୍ଦିଷ୍ଟ। ଉ-ସମସ୍ତ ବାଧାଦାୟକ ଶକ୍ତି ଦୂର କରିବାରେ ଯିଏ ସମର୍ଥ । ର- ସମସ୍ତ ରୋଗର ଯିଏ ବିନାଶକାରୀ। ଗ-ସକଳ ପାପର ଯିଏ କ୍ଷୟକାରୀ । ଆ-ସମସ୍ତ ଭୟର ଯେ ହରଣକାରୀ । ଅନ୍ୟ ଏକ ଶବ୍ଦିକ ବିଶ୍ଳେଷଣ ହେଉଛି ଦୁର୍ଗ+ଆ।ଦୁର୍ଗର ଅର୍ଥ ବିପଦ ବା ଦୁର୍ଗତି, ଆ ଅର୍ଥ ନଷ୍ଟ କରିବା ।
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦି ରେ ବର୍ଣିତ। ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ।
Comments are closed.