Latest Odisha News

BREAKING NEWS

ପରଲୋକରେ ପୂର୍ବତନ ବିଧାୟକ ଗୁରୁପଦ ନନ୍ଦ

ଭୁବନେଶ୍ୱର: ପରପାରିରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦ । କଟକ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।

ଗୁରୁପଦ ନନ୍ଦଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା । ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି । ୧୯୮୦ ମସିହାରେ ରାଉରକେଲା ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ ଗୁରୁପଦ ନନ୍ଦ ।

Comments are closed.