Latest Odisha News

BREAKING NEWS

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଦେବଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟାରୁ ଅପରାହ୍ନ ୪ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.