Latest Odisha News

BREAKING NEWS

ରୁପା କବାଟରେ ଝଲସିବ ଶ୍ରୀମନ୍ଦିର, ଆଜି ବସିବ ବୈଠକ

ପୁରୀ: ରୁପାରେ ଝଲସିବ ଶ୍ରୀମନ୍ଦିର । ରୁପାରେ ଛାଉଣୀ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାରା । ଏଥିପାଇଁ ଲାଗିବ ଅଢ଼େଇ ଟନ୍ ରୁପା । ଏ ପ୍ରସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ବୈଠକ ବସିବ। ଛତିଶାନିଯୋଗ ନାୟକ, ପରିଚାଳନା କମିଟି ସଦସ୍ୟ, ପୂଜାପଣ୍ଡା ନିଯୋଗ, ପ୍ରତିହାରୀ ନିଯୋଗ ସହ ଆଲୋଚନା କରାଯିବ।

ପୂର୍ବରୁ ୩ ଟି ଦ୍ୱାର ରୁପା ଛାଉଣୀ ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଆଉ ୫ଟି ଦ୍ୱାରକୁ ରୁପାରେ ଛାଉଣୀ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ଜୟବିଜୟ ଦ୍ୱାର, କଳାହାଟ ଦ୍ୱାର ଏବଂ ବେହରଣ ଦ୍ୱାର ସହ ମହାଲକ୍ଷ୍ମୀଙ୍କ ଗର୍ଭ ଦ୍ୱାର, ବିମଳା, ସାତପାହାଚ, ନୃସିଂହ ଏବଂ ପଶ୍ଚିମ ଭୋଗମଣ୍ଡପ ଦ୍ୱାର ରୁପାରେ ଛାଉଣୀ ହେବ। ଏଥିଲାଗି ଜୋରସୋରରେ ଆରମ୍ଭ ହୋଇଛି ପ୍ରସ୍ତୁତି।

Comments are closed.