Latest Odisha News

BREAKING NEWS

ଭୁବନେଶ୍ୱରରୁ ୯୩ ନୂଆ କୋଭିଡ ପଜିଟିଭ ଚିହ୍ନଟ; ୨୫୪ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୯୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୮ ହଜାର ୯୮୫ ରହିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ କ୍ୱାରେଣ୍ଟାଇନ୍ ଏବଂ ୭୨ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅଧିକ ପଢନ୍ତୁ- ରାଜ୍ୟରେ ୧୬୧୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ୧୭୨୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୭,୦୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୬୨ ଜଣଙ୍କର ମୃତ୍ୟୁ ଘଟିଛି ।

 

Leave A Reply

Your email address will not be published.