Latest Odisha News

BREAKING NEWS

‘ଆରୋଗ୍ୟ ବନ’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅହମ୍ମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ପ୍ରଧାନମନ୍ତ୍ରୀ ମୋଦି ଅହମ୍ମଦାବାଦ ଅଭିମୁଖେ ଗସ୍ତ କରିଥିଲେ। ସେଠାରେ ସେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦି କେଭାଡିଆର ‘ଆରୋଗ୍ୟ ବନ’କୁ ଉଦଘାଟନ କରିଛନ୍ତି। ଏଥିସହ ସେ ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନର ମଧ୍ୟ ଉଦଘାଟନ କରିଛନ୍ତି।

ଅଧିକାରୀଙ୍କ ସୂଚନା ଅନୁଯାୟୀ, ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଷ୍ଟାଚ୍ୟୁ ଅଫ୍ ୟୁନିଟି ପରିଦର୍ଶନ କରିବା ସହ ଭାରତର ପ୍ରଥମ ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।

Comments are closed.