ଭୁବନେଶ୍ୱର: ପ୍ରଚାର ଲଢ଼େଇ ଥମିଛି । ଆସନ୍ତାକାଲି ଅସଲ ଲଢ଼େଇ । ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ୍ ପଡ଼ିବ । ଅବାଧ, ମୁକ୍ତ ଓ ଶାନ୍ତିଶୃଙ୍ଖଳାରେ ମତଦାନ ସାରିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ବୁଥରେ ପହଞ୍ଚି ସାରିଲେଣି ପୋଲିଂ ପାର୍ଟି । ସମସ୍ତ ସରଞ୍ଜାମ ଧରି ସେମାନେ ବୁଥରେ ପହଞ୍ଚି ସାରିଛନ୍ତି । ଦୁଇ ନିର୍ବାଚନ ମଣ୍ଡଳୀରେ ଏବେ ବାହାର ଲୋକଙ୍କ ପ୍ରବେଶ ଉପରେ ଲାଗିଛି କଟକଣା ।
ତିର୍ତ୍ତୋଲରେ ୩୪୬ ବୁଥ୍, ବାଲେଶ୍ୱର ସଦରରେ ୩୪୬ଟି ବୁଥ୍
ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ୩୭୩ ମତଦାନ କେନ୍ଦ୍ରକୁ ଯାଇଛନ୍ତି ପୋଲିଂ ପାର୍ଟି । ସେହିପରି ବାଲେଶ୍ୱରରେ ୩୪୬ଟି ପୋଲିଂ ପାର୍ଟି ବୁଥରେ ପହଞ୍ଚି ସାରିଛନ୍ତି । ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ମୋଟ୍ ୨ ଲକ୍ଷ ୩୯ ହଜାର ୧୫୩ ଭୋଟର । ସେହିପରି ବାଲେଶ୍ୱର ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ଭୋଟର ସଂଖ୍ୟା ୨ ଲକ୍ଷ ୬୨ ହଜାର ୫୮୨ । ତିର୍ତ୍ତୋଲରେ ୩୭୩ଟି ବୁଥରୁ ୧୫୫ଟି ସମ୍ବେଦନଶୀଳ । ବାଲେଶ୍ୱରରେ ୩୪୬ଟି ମଧ୍ୟରୁ ୮୫ଟି ବୁଥ ସମ୍ବେଦନଶୀଳ ଚିହ୍ନଟ ହୋଇଛି ।
କୋଭିଡ୍ କଟକଣା ଭିତରେ ମତଦାନ
କୋଭିଡ କଟକଣା ଓ ଗାଇଡଲାଇନ ଭିତରେ ମତଦାନ ହେବ । ଭୋଟ୍ ଦାନ ବେଳେ ଭୋଟର ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ । ବୁଥ ଭିତରକୁ ପ୍ରବେଶ ପୂର୍ବରୁ ଭୋଟରଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ । ଭୋଟରଙ୍କୁ ଦିଆଯିବ ହ୍ୟାଣ୍ଡ ଗ୍ଲୋବସ । ପ୍ରତି ବୁଥରେ ରହିବ ସାନିଟାଇଜର ବ୍ୟବସ୍ଥା । ବିଭିନ୍ନ ସମୟରେ ବୁଥକୁ ସାନିଟାଇଜ୍ ବି କରାଯିବ ।
ତ୍ରିମୁଖୀ ଲଢ଼େଇ
ବାଲେଶ୍ୱର ସଦର ଆସନରେ ତ୍ରିମୁଖୀ ଲଢ଼େଇ । ନିର୍ବାଚନ ରଣାଙ୍ଗନାକୁ ଓହ୍ଲାଇଛନ୍ତି ବିଜେଡିର ସ୍ୱରୂପ ଦାସ, ବିଜେପିରୁ ମାନସ ଦତ୍ତ ଓ କଂଗ୍ରେସ ପ୍ରାର୍ଥିନୀ ମମତା କୁଣ୍ଡୁ । ସେହିପରି ତିର୍ତ୍ତୋଲରେ ତ୍ରିମୁଖୀ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ ହୋଇଛନ୍ତି ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ, ବିଜେପିର ରାଜକିଶୋର ବେହେରା ଓ କଂଗ୍ରେସରୁ ହିମାଂଶୁ ମଲ୍ଲିକ । ଆସନ୍ତାକାଲି ମତଦାନ ପରେ ୧୦ ତାରିଖରେ ଗଣତି ପରେ ଫଳାଫଳ ପ୍ରକାଶ ପାଇବ ।
BREAKING NEWS
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Comments are closed.