Latest Odisha News

BREAKING NEWS

ରାଜ୍ୟରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା । ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ପଜିଟିଭ ସଂଖ୍ୟା କମୁଛି । କମ୍ ସଂଖ୍ୟକ କରୋନା ଚିହ୍ନଟ ହେଉଥିଲେ ମଧ୍ୟ ଆଜି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୧୪୦ରେ ପହଂଚିଛି । ଗତ ୨୪ ଘଂଟାରେ ରାଜ୍ୟରେ ୧୩୭୨ ନୂଆ ମାମଲା ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୬ ଜଣ କ୍ୱାରେଂଟିନ୍‌ର ରହିଥିବା ବେଳେ ୫୭୬ଟି ଲୋକାଲ କେସ୍ ରହିଛି ।

ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୪୫ ଜଣ ଅଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୮୧ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୪୦ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭୦ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, କୋରାପୁଟ ଜିଲ୍ଲାରୁ ୨୦ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୮ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୦୧୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୫୧୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.