Latest Odisha News

ଋାଜସ୍ଥାନ: ପୁଣିଥରେ ମୁଖ୍ୟମନ୍ତ୍ରୀ ହେଲେ ଅଶୋକ ଗେହଲଟ୍

ଜୟପୁର : ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ସୋମବାର ଶପଥ ଗ୍ରହଣ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ୍ ।

ରାଜ୍ୟପାଳ କଲ୍ୟାଣ ସିଂହ ତାଙ୍କୁ ଆଜି ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବ ଜୟପୁର ସ୍ଥିତ ଆଲବର୍ଟ ହଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା । ଅଶୋକ ଗେହଲଟ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଯୁବ ନେତା ସଚିନ୍ ପାଇଲଟ୍ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ଅନ୍ୟପକ୍ଷରେ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଗେହଲଟ୍ ନିଜର ତୃତୀୟ ଇନିଂସ ଆରମ୍ଭ କରିଛନ୍ତି । ଏଥିସହିତ ସେ ପୂର୍ବରୁ ୧୯୯୮ରୁ ୨୦୦୩ ଏବଂ ୨୦୦୮ରୁ ୨୦୧୩ ମୁଖ୍ୟମନ୍ତ୍ରୀ ଭାବେ ଶାସନ ଭାର ସମ୍ଭାଳିଥିଲେ ।

ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମେତ ବହୁ ବରିଷ୍ଠ ରାଜନେତାମାନେ ମଧ୍ୟ ଯୋଗ ଦେଇଥିଲା ବେଳେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.