Latest Odisha News

BREAKING NEWS

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଆଜି ୭୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୭୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୦ ଜଣ କ୍ୱାରେଣ୍ଟାଇନ୍ ଏବଂ ୫୦ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୯,୭୭୪ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୮୧୦ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୮,୭୬୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୮୩ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.