Latest Odisha News

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଅସୁସ୍ଥ, ଡାକ୍ତରଖାନାରେ ଭର୍ତି

ଶିମଲା:ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଶନିବାର ଗୁରୁତର ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଶିମଲସ୍ଥିତ ଆଇଜିଏମସି ଡାକ୍ତରଖାନାରେ ଭିର୍ତି କରାଯାଇଛି । ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଶୁକ୍ରବାରଠାରୁ ସେ ହିମାଚଳ ପ୍ରଦେଶ ଗସ୍ତରେ ଆସିଛନ୍ତି । ଏହି ଅବସରରେ ସେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।

ଖଟ୍ଟର ସକାଳୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନକୁ ନିଆଯାଇଥିଲା । ଅଗଷ୍ଟରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ । ଏହା ପରେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ଡାକ୍ତରଖାନାରେ ଭର୍ତି କରାଯାଇଥିଲା ।

Comments are closed.