Latest Odisha News

BREAKING NEWS

ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୭୭୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୪୪୬ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୩୩୨ ଜଣ ସ୍ଥାନୀୟ ବାସିନ୍ଦା ।

ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୧୧୦୧ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୭୭୪୮ଟି ସକ୍ରିୟ ମାମଲା ରହିଛି।

Leave A Reply

Your email address will not be published.