Latest Odisha News

ଭୁବନେଶ୍ୱରରେ ପହଞ୍ଚିଲେ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ଦିନିକିଆ ଓଡ଼ିଶା ଗସ୍ତକ୍ରମରେ ଭୁବ ନେଶ୍ୱରରେ ପହଞ୍ଚିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀକ ବିମାନ ବନ୍ଦରଠାରେ ପହଞ୍ଚିବା ପରେ ସେଠାରେ ପୂର୍ବରୁ ଉପସ୍ଥିତ ରହିଥିବା ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନାଙ୍କ ସମେତ ବହୁ ବରିଷ୍ଠ ବିଜେପି ନେତାମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧାର ଅରୁଗୁଳ ଯାତ୍ରା କରିଛନ୍ତି । ଅରୁଗୁଳସ୍ଥିତ ଭୁବନେଶ୍ୱର ଆଇଆଇଟିକୁ ସେ ଜାତି ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ । ଏହା ସହିତ ଇଣ୍ଡିଆନ ଅଏଲର ପାରାଦ୍ୱୀପ-ହାଇଦ୍ରାବାଦ ଉତ୍ପାଦ ପାଇପଲାଇନ ଏବଂ ଗେଲ୍ ବୋକାରୋ-ଅନୁଗୁଳ ଗ୍ୟାସ ପାଇପ ଲାଇନ ପ୍ରକଳ୍ପର ଶିଳାନ୍ୟାସ କରିବେ । ସେହିପରି ଅରୁଗୁଳରେ ସେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ୪ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିବେ ।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ଏହି ଗସ୍ତ ସମୟରେ ରାଜଧାନୀରେ ଇଏସଆଇର ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲକୁ ଲୋକାର୍ପିତ କରିବାର କାର୍ଯ୍ୟକ୍ରମ ରହିଛି ।

Comments are closed.