ନୂଆଦିଲ୍ଲୀ: ଦୀପାବଳି ପରେ ଦେଶର ବିଭିନ୍ନ ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଶୀତ ଋତୁ ଥିବାରୁ ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ । ବିଭିନ୍ନ ରାଜ୍ୟରେ କୋଭିଡ ସ୍ଥିତି କିପରି ରହିଛି, ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ମୋଦି ମାଗିବେ ଡିସେମ୍ବର ପ୍ଲାନ
କରୋନା ମୁକାବିଲାରେ ଡିସେମ୍ବର ପ୍ଲାନ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଏବେ ଦେଶରେ ଦୈନିକ 50 ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ, ଆସାମ ଭଳି କିଛି ରାଜ୍ୟରେ ପଜିଟିଭ୍ କେସ୍ ହଠାତ୍ ବଢିଛି ।
ଟିକା ବିତରଣ ନେଇ କରିବେ ଆଲୋଚନା
କରୋନା ସ୍ଥିତି ସହ ଟିକା ବଣ୍ଟନର ରଣନୀତି କଣ ରହିବ ସେ ପ୍ରସଙ୍ଗରେ ମଧ୍ୟ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ନେଇ ସୂଚନା ମିଳିଛି । ଭାରତରେ ବର୍ତ୍ତମାନ ୫ଟି ଟିକାର ପରୀକ୍।ଣ ବିଭିନ୍ନ ପର୍ଯ୍ୟାୟରେ ଜାରି ରହିଛି । ଟିକା ଆସିଲେ କିଭଳି ସଠିକ ଭାବରେ ବିତରଣ କରାଯାଇ ପାରିବ ସେନେଇ ମୁଖ୍ୟମନ୍ତ୍ରୀମାନଙ୍କଠାରୁ ମତ ଲୋଡ଼ିପାରନ୍ତି ପ୍ରଧାନମନ୍ତ୍ରୀ ।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.