ଭୁବନେଶ୍ୱର: ଓଡ଼ିଶାର ଦ୍ୱିତୀୟ ଏମ୍ସ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି । ରାଜୀବ ଭୂଷଣଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ଓଡ଼ିଶା ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ସୁନ୍ଦରଗଡ଼ ଜିଲ୍ଲାରେ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି । ସୁନ୍ଦରଗଡ଼ରେ ଏମ୍ସ ପାଇଁ ଭିତ୍ତିଭୂମି ଥିବା କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଅବଗତ କରାଇଛନ୍ତି ଅସୀତ ତ୍ରିପାଠୀ ।
ଏହାସହ ବିହାର ଭଳି ଅନ୍ୟ ରାଜ୍ୟରେ ମଧ୍ୟ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ହୋଇଥିବା ପ୍ରସଙ୍ଗ ସେ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟ ଶାସନ ସଚିବ । ବର୍ତ୍ତମାନ ଭୁବନେଶ୍ୱରରେ ଏମ୍ସ କାର୍ୟ୍ୟକ୍ଷମ ରହିଛି । ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ହେଲେ ପଶ୍ଚିମ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟର ରୋଗୀଙ୍କୁ ସହଜରେ ଚିକିତ୍ସା ସୁବିଧା ମିଳିପାରିବ ।
Comments are closed.