Latest Odisha News

BREAKING NEWS

ଆଜି କାର୍ତ୍ତିକ ପୂର୍ଣ୍ଣିମା…

ଭୁବନେଶ୍ୱର: ଆଜି କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।

ପଞ୍ଚକର ପ୍ରଥମ ଦିନରୁ କେତେକ ମଣ୍ଡପରେ ପୂଜାର୍ଚ୍ଚନା ଚାଲିଥିବାବେଳେ ପୂର୍ଣ୍ଣିମାଦିନ ଅବଶିଷ୍ଟ ମଣ୍ଡପରେ କାର୍ତ୍ତିକେଶ୍ୱରଙ୍କ ସହ ଅନ୍ୟାନ୍ୟ ଦେବଦେବୀ ପୂଜା ପାଇବା ନେଇ ସୂଚନା ରହିଛି।

ପୁରାଣ ଅନୁସାରେ, କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏ । କାର୍ତ୍ତିକ ଏକ ଧର୍ମ ମାସ ରୂପେ ମଧ୍ୟ ପରିଚିତ । ଏହି ମାସରେ ଧର୍ମପ୍ରାଣ ଆବାଳ- ବୃଦ୍ଧ- ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନ ଆଦି କରିଥାନ୍ତି । ପୂର୍ଣ୍ଣିମା ପାଞ୍ଚଦିନ ପଞ୍ଚକ ପର୍ବ ବା ମହାପଞ୍ଚକ ନାମରେ ପରିଚିତ ।

ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର ପୂର୍ବକ ପୂଜା କରିଥାନ୍ତି । କୁହାଯାଏ ଯେ ଏହି ପାଞ୍ଚଦିନକାଳ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ । କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ପିଣ୍ଡ ପ୍ରଦାନ ଓଡ଼ିଶାରେ ସଂପ୍ରତି ପ୍ରଚଳିତ ନାହିଁ, ମାତ୍ର ବ୍ରତ ପାଳନ ଏବେ ବି ଓଡ଼ିଆ ପରମ୍ପରାରେ ଅନୁସୃତ । ବିଧବାମାନେ ଏହି ମାସରେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି । ତୁଳସୀ ବୃକ୍ଷକୁ ଏହିମାସରେ ଅତ୍ୟନ୍ତ ଭକ୍ତି ସହକାରେ ଆରାଧନା କରାଯାଏ ।

Leave A Reply

Your email address will not be published.