Latest Odisha News

BREAKING NEWS

ପ୍ରଦୀପ ପାଣିଗ୍ରାହୀ ନିରାଶ: ଜାମିନ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ବର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଖୋର୍ଦ୍ଧା ଏଡିଜେ-୩ ତାଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି । ପୂର୍ବାହ୍ନରେ ଶୁଣାଣି ସାରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଶେଷରେ ତାଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି ।

୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ପ୍ରଦୀପ ପାଣିଗ୍ରାହୀ । ଜାଲିଆତି, ଠକେଇ ଓ ଅପରାଧିକ ଷଡଯନ୍ତ୍ର ମାମଲା ରୁଜୁ କରାଯାଇଛି । ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଆକାଶ ପାଠକ ଓ ତାଙ୍କ ଭାବି ଶ୍ବଶୁର ପ୍ରଦୀପ ପାଣିଗ୍ରାହୀ ଯୁବକଯୁବତୀଙ୍କଠାରୁ ଠକେଇ କରିଥିବା ଅଭିଯୋଗ ହୋଇଛି ।

ଅନ୍ୟପଟେ ପ୍ରଦୀପଙ୍କ ମାମଲାର ତଦନ୍ତ କରିବେ ଲୋକାୟୁକ୍ତ । ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାୟୁକ୍ତ ଗଠନ ପରେ ପ୍ରଥମ ଭାବେ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରିଛନ୍ତି । ପ୍ରଥମେ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା । ଏହା ପରେ ବେନାମୀ ଅର୍ଥ କାରବାର ମାମଲାରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଗିରଫ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ଏବେ ଜେଲରେ ଅଛନ୍ତି ।

Leave A Reply

Your email address will not be published.