ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି ।
ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ୪ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।
ଖୋର୍ଦ୍ଧାର ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା ବେଳେ ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର କରୋନାରେ ମୃତ୍ୟ ଘଟିଛି।
Comments are closed.